ପୁଣି ବୃଦ୍ଧି ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ୪୧, ୮୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୯୬ ମୃତ

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୧, ୮୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୪୯୬ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୬ ହଜାର ୬୯୬ରେ ପହଞ୍ଚିଛି। ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩ ଲକ୍ଷ ୯୨ ହଜାର ୯୨୦କୁ ବୃଦ୍ଧି ପାଇଛି। ୪ଲକ୍ଷ ୫୩ ହଜାର ୯୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୮ ଲକ୍ଷ ୨ ହଜାର ୨୬୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

kalyan agarbati

Comments are closed.