ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨୬,୭୨୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୬୬,୭୦୭କୁ ବୃଦ୍ଧି ପାଇଛି। ଦିନକରେ ଆଉ ୨୮,୨୪୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୩୦,୪୩,୧୪୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୭୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୮,୩୩୯ରେ ପହଞ୍ଚିଛି। ୨,୭୫,୨୨୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪ ଘଣ୍ଟାରେ ଆଉ ୬୪,୪୦,୪୫୧ ଟିକା ନେଇଥିବା ବେଳେ ମୋଟ ୮୯,୦୨,୦୮,୦୦୭ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Popular Categories



