www.samajalive.in
Saturday, December 13, 2025
14.1 C
Bhubaneswar

ଦେଶରେ ଆଉ ନୂଆ ସଂକ୍ରମିତ ୭,୫୫୪ ; ଆରୋଗ୍ୟ ହାର ୯୮.୬୦%

ନୂଆଦିଲ୍ଲୀ : ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଦିନକରେ ଆଉ ୭,୫୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୯,୩୮,୫୯୯କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୪,୧୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୨୩,୩୮,୬୭୩ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୬୦%। ଗୋଟିଏ ଦିନରେ ୨୨୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଫଳରେ ମୋଟ କରୋନା ଜନିତ ମଢତ୍ୟୁ ସଂଖ୍ୟା ୫,୧୪,୨୪୬ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୦%। ଆଉ ୮୫,୬୮୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୦%। ଦିନକରେ ୭,୮୪,୦୫୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୬,୯୧,୬୭,୦୫୨ ନମୁନା ପରୀକ୍ଷା କରାଯାଇଛି। ଦିନକରେ ୮,୫୫,୮୬୨ ଟିକା କରଣ ହୋଇଥିବା ବେଳେ ମୋଟ ୧,୭୭,୭୯,୯୨,୯୭୭ଟିକାକରଣ କରାଯାଇଛି। ବୁଧବାର ସକାଳ ଯାଏଁ ୨,୮୭,୬୫୭ ଟିକାକରଣ ହୋଇଛି।ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟୁଇଟ୍‍ ଯୋଗେ ସୂଚନା ମିଳିଛି।

 

- Advertisement -

 

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories