www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ଦୈନିକ ୩ ହଜାର ଟପୁଛି ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୩ ହଜାର ୫୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୯୪,୯୩୮କୁ ବୃଦ୍ଧି ପାଇଛି। ସେହିପରି ୩ ହଜାର ୫୪୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ୍‍ ୪,୨୫,୫୧,୨୪୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୦୦୨ରେ ପହଞ୍ଚିଛି। ମୃତ୍ୟୁହାର ୧.୨୨%।୧୯,୬୮୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୫%। ଦିନକ ଆଗରୁ ୪,୬୫,୯୧୮ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ୍‍ ୮୩,୯୮,୪୪,୯୨୫ ନମୁନା ପରୀକ୍ଷା କରାଯାଇଛି। ସେହିପରି ଗତକାଲି ୧୬,୫୯,୮୪୩ ଟିକା ନେଇଥିବା ବେଳେ ଏଯାଏଁ ମୋଟ୍‍ ୧,୮୯,୮୧,୫୨,୬୯୫ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୪,୫୮,୬୭୯ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories