ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ହ୍ରାସ ହେବା ସହ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ଆଉ ୯ ହଜାର ୫୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୩,୯୮,୬୯୬କୁ ବୃଦ୍ଧି ପାଇଛି। ସେହିପରି ଦିନକରେ ଆଉ ୧୨ ହଜାର ୮୭୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୭,୮୩,୭୮୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୬୨%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୫୯୭ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୮୭,୩୧୧ ସକ୍ରିୟ ଆକ୍ର୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୦%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।



