ଦେଶରେ ଖସୁଛି କରୋନା ଗ୍ରାଫ୍‍

ନୂଆଦିଲ୍ଲୀ : ଦେଶରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୫ ହଜାର ୯୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪,୫୯,୮୬୭କୁ ବୃଦ୍ଧି ପାଇଛି। ସେହିପରି ଆଉ ୭ ହଜାର ୦୩୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାଏଁ ମୋଟ ୪,୩୮,୮୦,୪୬୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୦%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୦୦୭ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୫୧,୩୯୬ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୨%। ଏଯାଏଁ ମୋଟ ୨,୧୩,୫୨,୭୪,୯୪୫ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

 

Comments are closed.