www.samajalive.in
Friday, December 5, 2025
26.1 C
Bhubaneswar

ଦେଶରେ କରୋନା : ଚିହ୍ନଟ ହେଲେ ଆଉ ୧୦,୭୫୩ ନୂଆ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ଗତ ୨୪ ଘଣ୍ଟାରେ ଆଉ ୧୦,୭୫୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୭୨୦ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳୁଥିବା ସୂଚନା ଅନୁଯାୟୀ, ଦିନକରେ ୨୭ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଦିଲ୍ଲୀରୁ ୬, ମହାରାଷ୍ଟ୍ରରୁ ୪, ରାଜସ୍ଥାନରୁ ୩, ଛତିଶଗଡ, ଗୁଜରାଟ, ହରିୟାଣା, ହିମାଚଳ ପ୍ରଦେଶ, ଜମ୍ମୁ ଓ କାଶ୍ମୀର, ମଧ୍ୟପ୍ରଦେଶ, ଉତ୍ତରାଖଣ୍ଡ ଓ ଉତ୍ତରପ୍ରଦେଶରେ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୦୯୧ରେ ପହଞ୍ଚିଛି।
ଗୋଟିଏ ଦିନ ପୂର୍ବରୁ ଦୈନିକ ସଂକ୍ରମଣ ହାର ୫.୦୧ ପ୍ରତିଶତରେ ଏବଂ ସାପ୍ତାହିକ ସଂକ୍ରମଣ ହାର ୪.୨୯ ପ୍ରତିଶତ ରେକର୍ଡ କରାଯାଇଥିଲା। ବର୍ତ୍ତମାନ ପର୍ୟ୍ୟନ୍ତ ଦେଶରେ ୪,୪୭,୯୭,୨୬୯ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ସମୁଦାୟ ସଂକ୍ରମିତଙ୍କ ୦.୧୧ ପ୍ରତିଶତ ଅଟେ। ଆରୋଗ୍ୟ ହାର ୯୮.୭୦ ପ୍ରତିଶତ ରେକର୍ଡ କରାଯାଇଛି। ମୃତ୍ୟୁ ହାର ୧.୧୯ ପ୍ରତିଶତ। ବର୍ତ୍ତମାନ ପର୍ୟ୍ୟନ୍ତ ଦେଶରେ ୨୨୦.୬୬ କୋଟି କରୋନା ଟିକା ଦିଆଯାଇଛି।

 

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories