www.samajalive.in
Friday, December 5, 2025
17.1 C
Bhubaneswar

ଦେଶରେ ଲଗାତାର ବୃଦ୍ଧି ଦୈନିକ ସଂକ୍ରମଣ ; ନୂଆ ଆକ୍ରାନ୍ତ ୧୨,୫୯୧

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଦେଶରେ ୨୪ ଘଣ୍ଟାରେ ୧୨,୫୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୮ ମାସ ମଧ୍ୟରେ ଏହା ସବୁଠାରୁ ଅଧିକ ମାମଲା। ଏବେ ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ହଜାର ଅତିକ୍ରମ କରି ସାରିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫,୨୮୬କୁ ବୃଦ୍ଧି ପାଇଛି। ଦୈନିକ ସଂକ୍ରମଣ ହାର ୫.୪୬ ପ୍ରତିଶତ, ସପ୍ତାହିକ ସଂକ୍ରମଣ ହାର ୫.୩୨ ପ୍ରତିଶତ, ସକ୍ରିୟ ଆକ୍ରାନ୍ତ ହାର ୦.୧୫%, ଆରୋଗ୍ୟ ହାର ୯୮.୬୭ ପ୍ରତିଶତ ରହିଛି। ଗତ ୨୪ ଘଣ୍ଟାରେ ୪୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୫ ଲକ୍ଷ ୩୧ ହଜାର ୨୩୦ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୪୮ ଲକ୍ଷ ହୋଇ ସାରିଥିବା ବେଳେ ୪ କୋଟି ୪୨ ଲକ୍ଷ ୬୧ ହଜାର ୪୭୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories