www.samajalive.in
Friday, December 5, 2025
17.1 C
Bhubaneswar

ଦେଶରେ କରୋନା : ଚିହ୍ନଟ ହେଲେ ଆଉ ୯,୩୫୫ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ୯ ହଜାର ୩୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୫୭,୪୧୦ରେ ପହଞ୍ଚିଛି। ଗତକାଲି ୯,୬୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତ ୨୪ ଘଣ୍ଟାରେ ୨୬ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୧ ହଜାର ୪୨୪ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ ୪.୪୯ କୋଟି କରୋନା ମାମଲା ରେକର୍ଡ କରାଯାଇଛି। ଏଯାଏଁ ୪ କୋଟି ୪୩ ଲକ୍ଷ ୩୫ ହଜାର ୯୭୭ ଲୋକେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦୈନିକ ସଂକ୍ରମଣ ହାର ୪.୦୮ ପ୍ରତିଶତ ରେକର୍ଡ କରାଯାଇଛି। ସାପ୍ତାହିକ ସଂକ୍ରମଣ ହାର ୫.୩୬ ପ୍ରତିଶତ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ୦.୧୩ ପ୍ରତିଶତ ରହିଛି। ଆରୋଗ୍ୟ ହାର ୯୮.୬୯ ପ୍ରତିଶତ ରହିଛି। ମୃତ୍ୟୁ ହାର ୧.୧୮ ପ୍ରତିଶତ ରେକର୍ଡ କରାଯାଇଛି। ଦେଶରେ ଏଯାଏଁ ମୋଟ ୨୨୦.୬୬ କୋଟିରୁ ଅଧିକ ଲୋକେ କରୋନା ଟିକା ନେଇ ସାରିଛନ୍ତି।

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories