www.samajalive.in
Friday, December 5, 2025
17.1 C
Bhubaneswar

ଦେଶରେ କରୋନା ; ୩,୭୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩,୭୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୧୭୭କୁ ବୃଦ୍ଧି ପାଇଛି। ଗତକାଲି ୩,୩୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ୨୪ ଘଣ୍ଟାରେ ୭,୬୯୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ ଦିନକରେ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୧ ହଜାର ୫୮୪ରେ ପହଞ୍ଚିଛି। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୪୯ ଲକ୍ଷ ୫୬ ହଜାର ୭୧୬କୁ ବୃଦ୍ଧି ପାଇଛି। ସେହିପରି ୪ କୋଟି ୪୩ ଲକ୍ଷ ୮୪ ହଜାର ୯୫୫ ଲୋକେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୦.୦୯ ପ୍ରତିଶତ ହୋଇଛି। ଆରୋଗ୍ୟ ହାର ୯୮.୭୩ ପ୍ରତିଶତ। ମୃତ୍ୟୁ ହାର ୧.୧୮ ପ୍ରତିଶତ। ଦେଶରେ ଏଯାଏଁ ୨୨୦.୬୬ କୋଟି କରୋନା ଟିକାର ପାନ ନେଇ ସାରିଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories