ନୂଆଦିଲ୍ଲୀ : ଗତ କିଛି ସପ୍ତାହ ହେବ ଲଗାତାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ମଧ୍ୟରେ ସୀମିତ ରହୁଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଆଜି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୨୪ ହଜାର ୭୧୨ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୩୧୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୬ ହଜାର ୭୫୬ରେ ପହଞ୍ଚିଛି। ସେହିପରି ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୧ଲକ୍ଷ ୨୩ ହଜାର ୭୭୮କୁ ବୃଦ୍ଧି ପାଇଛି। ୨,୮୩,୮୪୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୬,୯୩,୧୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Popular Categories



