ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୦ହଜାର ମଧ୍ୟରେ ସୀମିତ ରହିଛି। ୨୪ ଘଣ୍ଟାରେ ୧୮,୧୩୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୩୪ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୦ ହଜାର ୫୭୦ରେ ପହଞ୍ଚିଛି। ଦିନକରେ ୨୦,୫୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ କରୋନା ପଜିଟିଭ ସଂଖ୍ୟା ୧,୦୪,୧୩,୪୧୭କୁ ବୃଦ୍ଧି ପାଇଛି। ୨,୨୫,୪୪୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୦,୩୭,୩୯୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Popular Categories



