ନୂଆଦିଲ୍ଲୀ : ଧିରେ ଧିରେ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୫ ହଜାର ୧୯୭ରେ ପହଞ୍ଚିଛି। ୨୪ ଘଣ୍ଟାରେ ୪୬,୭୯୧ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୯୭ ହଜାର ୬୪କୁ ବୃଦ୍ଧି ପାଇଛି। ମୋଟ ୭, ୪୮,୫୩୮ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୭,୩୩,୩୨୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Popular Categories



