www.samajalive.in
Saturday, December 6, 2025
15.1 C
Bhubaneswar

ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା : ଆଉ ୪୩ ହଜାର ୮୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତ ଓ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି। କିଛି ସପ୍ତାହ ପୂର୍ବରୁ ଦୈନିକ ୮୦ ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଏବେ ଏହା ହ୍ରାସ ହେଉଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୯ଲକ୍ଷ ୯୦ ହଜାର ୩୨୨କୁ ବୃଦ୍ଧି ପାଇଛି।

ସେହିପରି ଗୋଟିଏ ଦିନରେ ୫୦୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୦ରେ ପହଞ୍ଚିଛି। ୬,୧୦,୮୦୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୭୨,୫୯,୫୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories