ନୂଆଦିଲ୍ଲୀ : ଦେଶରେ କିଛିଦିନ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ଦେଖାଯାଇଥିବା ବେଳେ ପୁନଃ ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୫୦,୩୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୫ ହଜାର ୫୬୨ରେ ପହଞ୍ଚିଛି। ସେହିଭଳି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୬୨ ହଜାର ୮୧କୁ ବୃଦ୍ଧି ପାଇଛି। ମୋଟ ୫,୧୬,୬୩୨ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୮,୧୯,୮୮୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ; ୫୦,୩୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୫୭୭ ମୃତ
Popular Categories



