ନୂଆଦିଲ୍ଲୀ : କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହେଉଥିବା ଦେଖାଯାଇଥିଲା। ମାତ୍ର ପୁନଃ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୭, ୬୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୭୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୪ ହଜାର ୯୮୫ରେ ପହଞ୍ଚିଛି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୧୧ ହଜାର ୭୨୪କୁ ବୃଦ୍ଧି ପାଇଛି। ୫,୨୦,୭୭୩ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୭,୬୫,୯୬୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Popular Categories



