www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା ; ୪୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର :ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା। ଗତ କିଛି ଦିନ ମଧ୍ୟରେ ସର୍ବନିମ୍ନ ଆକ୍ରାନ୍ତ ଚିହ୍ନଟରେ ରେକର୍ଡ଼ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ରାଜ୍ୟରେ ୪୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮, ୭୨୫କୁ ବୃଦ୍ଧି ପାଇଛି। ୩,୧୧,୨୫୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫,୬୭୭ ସକ୍ରିୟ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୪୧ , ଅନୁଗୁଳରୁ ୩୪, ମୟୁରଭଞ୍ଜରୁ ୩୨, କଟକରୁ ୨୫ ,ଖୋର୍ଦ୍ଧାରୁ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୯, ବରଗଡ ୭, ଭଦ୍ରକ ୪, ବଲାଙ୍ଗୀର ୧୫, ଦେଓଗଡ ୨, ଢେଙ୍କାନାଳ ୭, ଗଜପତି ୨, ଗଞ୍ଜାମ ୭, ଜଗତସିଂହପୁର ୧୬, ଯାଜପୁର ୨୦, ଝାରସୁଗୁଡ଼ା ୧୪, କଳାହାଣ୍ଡି ୧୩, କନ୍ଧମାଳ ୨, କେନ୍ଦ୍ରାପଡ଼ା ୧୯, କେନ୍ଦୁଝର ୧୯, କୋରାପୁଟ ୯, ମାଲାକାନଗିରି ୩, ନବରଙ୍ଗପୁର ୩, ନୟାଗଡ ୭, ନୂଆପଡା ୨୩, ପୁରୀ ୧୩, ରାୟଗଡ଼ା ୧୭, ସମ୍ବଲପୁର ୧୭, ଷ୍ଟେଟ ପୁଲରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories