ନୂଆଦିଲ୍ଲୀ : ଧିରେ ଧିରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୪୮, ୨୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୫୫୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୧ ହଜାର ୬୪୧ରେ ପହଞ୍ଚିଛି। ମୋଟ କରୋନା ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ଲକ୍ଷ ୩୭ ହଜାର ୧୧୯କୁ ବୃଦ୍ଧି ପାଇଛି। ୫,୮୨,୬୪୯ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୪,୩୨,୮୨୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Popular Categories



