ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କିଛି ମଧ୍ୟରେ ହ୍ରାସ ଓ ବୃଦ୍ଧି ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୧୪ ହଜାର ୧୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୮,୮୧,୧୭୯କୁ ବୃଦ୍ଧି ପାଇଛି। ସେହିପରି ଆଉ ୩୦,୦୦୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୨,୧୯,୮୯୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୪୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୦୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୨,୯୨୪ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ୧,୪୮,୩୫୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୫%। ଦିନକରେ ୧୧,୫୫,୧୪୭ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୬,୩୫,୬୯,୧୬୫ ନମୁନା ପରୀକ୍ଷା କରାଯାଇଛି। ଗୋଟିଏ ଦିନରେ ୩୦,୪୯,୯୮୮ ଟିକା ଦିଆଯାଇଥିବା ବେଳେ ମୋଟ ୧,୭୬,୫୨,୩୧,୩୮୫ ଟିକାକରଣ କରାଯାଇଛି।
Popular Categories



