www.samajalive.in
Sunday, December 7, 2025
26.1 C
Bhubaneswar

ଚାରି କୋଭିଡ୍ ଯୋଦ୍ଧାଙ୍କ ସମେତ ୮୪ ନୂଆ ସଂକ୍ରମିତ ଚିହ୍ନଟ, ୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଫୁଲବାଣୀ : କନ୍ଧମାଳରେ ଆଜି ପୁଣି ୮୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇ ଜିଲ୍ଲାର ସଂକ୍ରମିତ ସଂଖ୍ୟା ୨୫୨୦ରେ ପହଞ୍ଚିଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୪ଜଣ କରୋନା ଯୋଦ୍ଧା ଅଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୪୬ ଜଣ ପୁରୁଷ ଏବଂ ୩୮ଜଣ ମହିଳା ଅଛନ୍ତି। ସର୍ବାଧିକ ଫୁଲବାଣୀରୁ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଜି.ଉଦୟଗିରିରୁ ୪ , କ.ନୂଆଗାଁରୁ ୪, ଚକାପାଦରୁ ୪ , ଖଜୁରିପଡ଼ାରୁ ୨ , କୋଟଗଡ଼ରୁ ୮ , ଦାରିଙ୍ଗବାଡିରୁ ୬ , ତୁମୁଡ଼ିବନ୍ଧରୁ ୪  , ରାଇକିଆରୁ ଜଣେ , ବାଲିଗୁଡ଼ାରୁ ୧୦ ଜଣ ଓ ଫିରିଙ୍ଗିଆ ବ୍ଳକରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲା ବାହାରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣା ପଡିଛି । ସଂକ୍ରମିତଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ସେଥି ମଧ୍ୟରୁ ୨୧୬୧ ଜଣ ସୁସ୍ଥ ହୋଇ ଘରକୁ ଫେରି ଯାଇଥିବା ବେଳେ ୧୩ଜଣଙ୍କର ମୃତ୍ୟୁ ହୋଇ ଯାଇଛି। ପୂର୍ବରୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଜଣେ ମୃତ୍ୟୁ ହୋଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତ ବ୍ୟକ୍ତିଜଣକ ଫୁଲବାଣୀ ପୌର ପରିଷଦ ଅନ୍ତର୍ଗତ ବୋଲି ଜଣାଯାଇଛି। ବାକି ୩୪୬ ଜଣ ବର୍ତମାନ ଚିକିତ୍ସିତ ହେଉଥିବା ଜିଲ୍ଲା  ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories