www.samajalive.in
Saturday, December 6, 2025
26.1 C
Bhubaneswar

ଭାରତରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ଅନୁପାତ ୨୭.୫୨%କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ଯେଭଳି ମାତ୍ରାରେ କରୋନା ରୋଗୀଙ୍କ ସଂଖ୍ୟା ବଢ଼ୁଛି ସେହିଭଳି କିଛି ଲୋକ କରୋନା କବଳରୁ ସୁସ୍ଥ ମଧ୍ୟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ମୋଟ ୧୧୭୦୬ ଜଣ ସୁସ୍ଥ ହୋଇଛନ୍ତି । ରିକଭରି ରେଟ୍‌ ଏବେ ୨୭.୫୨ ପ୍ରତିଶତକୁ ବୃଦ୍ଧି ପାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କହିଛନ୍ତି,

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କହିଛନ୍ତି,  ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ଜିଲ୍ଲାଗୁଡ଼ିକୁ ୩ ଜୋନ୍‌ରେ ବିଭକ୍ତ କରାଯାଇଛି । ସ୍ୱାସ୍ଥ୍ୟମନ୍ତ୍ରାଳୟର ପରାମର୍ଶ ନେଇ ସବୁ ରାଜ୍ୟକୁ ଆଡ଼ଭାଇଜରି ଜାରି କରାଯାଇଛି । କାର୍ଯ୍ୟାଳୟରେ ସତର୍କତାର ସହ କାମ କରିବାକୁ ପରାମର୍ଶ ଦିଆଯାଇଛି ।  ଅର୍ଥବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ଲକ୍‌ଡାଉନ୍‌ ସମୟରେ କଟକଣାକୁ କିଛି ମାତ୍ରାରେ କୋହଳ କରାଯାଇଛି । ଲକ୍‌ଡାଉନ୍‌ରେ ଦେଶବ୍ୟାପୀ କିଛି ଗତିବିଧି ଉପରେ କଟକଣା ଲାଗୁ କରାଯାଇଛି । ଏହା ସହ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏଁ ଲୋକଙ୍କ ଯିବା ଆସିବା ବନ୍ଦ କରାଯାଇଛି । ସ୍କୁଲ, କଲେଜ, ମଲ, ଜିମ୍, ବନ୍ଦ ଖୋଲାଯାଇପାରିବ ନାହିଁ । ରେଡ଼ ଜୋନ୍‌ରେ ରିକ୍ସା, ଅଟୋ ରିକ୍ସା ଚଳାଚଳ ମଧ୍ୟ ବନ୍ଦ ରହିବ ବୋଲି କୁହାଯାଇଛି । ଗ୍ରାମାଞ୍ଚଳରେ ସବୁ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି ।  ଯଦି ଲକ୍‌ଡାଉନ୍‌ ସମୟରେ ନିୟମ କୋହଳ କରାଯାଉଛି ବୋଲି ଲୋକମାନେ ସାମାଜିକ ଦୂରତା ରଖିବେ ନାହିଁ ତେବେ ରୋଗ ବଢ଼ିବାରେ ଲାଗିବ ବୋଲି ଶ୍ରୀ ଅଗ୍ରୱାଲ କହିଛନ୍ତି ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories