www.samajalive.in
Friday, December 5, 2025
20.1 C
Bhubaneswar

ଭାରତରେ ୨୮କୁ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗି। ବୁଧବାର ସୁଦ୍ଧା ଦେଶରେ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ୧୬ ଇଟାଲୀ ପର୍ଯ୍ୟଟକ ଅଛନ୍ତି। ଇଟାଲୀରୁ ୨୧ ନାଗରିକ ଭାରତ ବୁଲିବାକୁ ଆସିଥିବାବେଳେ ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କଠାରେ କରୋନା ପଜିଟିଭ୍‌ ବାହାରିଛି। ଅନ୍ୟ ୧୨ ଆକ୍ରାନ୍ତଙ୍କ ମଧ୍ୟରେ କେରଳର ୩ ଜଣଙ୍କୁ ଚିକିତ୍ସା କରାଯାଇ ଘରକୁ ପଠାଇ ଦିଆଯାଇଛି। ଅବଶିଷ୍ଟ ୯ ଜଣଙ୍କ ମଧ୍ୟରୁ ଦିଲ୍ଲୀ, ତେଲେଙ୍ଗାନା ଏବଂ ଜୟପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଥିବାବେଳେ ଉତ୍ତରପ୍ରଦେଶର ଆଗ୍ରାରେ ଗୋଟିଏ ପରିବାରର ୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ଦିଲ୍ଲୀରେ ଚିକିତ୍ସା କରାଯାଉଛି।

ସୂଚନାଯୋଗ୍ୟ, ଚୀନର ଉହାନ ସହରରୁ ବ୍ୟାପିଥିବା ଏହି ଭୂତାଣୁ ବର୍ତ୍ତମାନ ସୁଦ୍ଧା ୭୦ ଦେଶରେ ବ୍ୟାପିସାରିଛି। ବିଶ୍ଵର ବିଭିନ୍ନ ସ୍ଥାନରେ ୩୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। କେବଳ ଚୀନରେ ୨୯୮୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଇଟାଲୀରେ ୭୯ ଏବଂ ଇରାନରେ ୭୭ ଜଣଙ୍କ ପ୍ରାଣହାନୀ ଘଟିଚି। ଏହା ବ୍ୟତୀତ ବିଶ୍ଵବ୍ୟାପୀ ୯୨ ହଜାରରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories