www.samajalive.in
Saturday, December 6, 2025
26.1 C
Bhubaneswar

କରୋନା ଗୁଜବ ପ୍ରଚାର କରିବା ଅଭିଯୋଗରେ ଶିକ୍ଷକ ଗିରଫ

ଧର୍ମଗଡ଼ : କରୋନାକୁ ନେଇ ସାମାଜିକ ଗଣମାଧ୍ୟମରେ ଗୁଜବ ପ୍ରଚାର କରିବା ଅଭିଯୋଗରେ ଜଣେ ଶିକ୍ଷକ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଳକ ଡୁଡକେଲ ପ୍ରାଥମିକ ସ୍କୁଲର ଶିକ୍ଷକ ବିନ୍ଦୁ ମହାନନ୍ଦଙ୍କୁ ଧର୍ମଗଡ ପୁଲିସ ଗିରଫ କରିଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଥାନା ଅଧିକାରୀ ସୂଚନା ଦେଇଛନ୍ତି। କିନ୍ତୁ ସଂପୃକ୍ତ ଶିକ୍ଷକ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଆକ୍ରୋଶମୂଳକ ଭାବେ ତାଙ୍କୁ ଫସେଇ ଦିଆଯାଇଛି ବୋଲି ମହାନନ୍ଦ ଗଣମାଧ୍ୟମରେ କହିଛନ୍ତି। ଅନ୍ୟ ଜଣେ ବ୍ୟକ୍ତି ତାଙ୍କ ମୋବାଇଲ ନେଇ ସାମାଜିକ ଗଣମାଧ୍ୟମରେ ଏଭଳି ପୋଷ୍ଟ କରିଥିବା ସେ କହିଛନ୍ତି। ଏପରିକି ଉକ୍ତ ବ୍ୟକ୍ତି ଗୋଲାମୁଣ୍ଡା ଥାନାଧିକାରୀଙ୍କ ସାମ୍ନାରେ ସ୍ଵୀକାର କରିଥିଲେ ମଧ୍ୟ ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ବୋଲି ସେ ପାଲଟା ଅଭିଯୋଗ କରିଛନ୍ତି।

କରୋନାକୁ ନେଇ ଓଡିଶା ସମେତ ଦେଶରେ ଆପାତକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ସତର୍କତା ସ୍ଵରୁପ ସରକାର ମାର୍ଚ୍ଚ ୩୧ ଯାଏଁ ସମସ୍ତ ସ୍କୁଲ କଲେଜ ବନ୍ଦ କରିବାକୁ ନିର୍ଦ୍ଦେଶ ରହିଛି। ଏହା ସହ କରୋନାକୁ ନେଇ ଗୁଜବ ସୃଷ୍ଟି କରି ଲୋକଙ୍କୁ ଭୟଭୀତ କରୁଥିବା ବ୍ୟକ୍ତି ବିଶେଷଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ କରୋନାକୁ ନେଇ ଗୁଜବ ପ୍ରଚାର କରିବା ଅଭିଯୋଗରେ କାଶୀପୁରରୁ ପୁଲିସ ଜଣଙ୍କୁ ଗିରଫ କରିଥିଲା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories