www.samajalive.in
Friday, December 12, 2025
26.1 C
Bhubaneswar

କରୋନା ସତର୍କତା : ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ବୃଦ୍ଧି

ଭୁବନେଶ୍ୱରକରୋନା ସଂକ୍ରମଣକୁ ନେଇ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ସମୟ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟବାସୀଙ୍କୁ ସହଯୋଗ କରିବା ଲାଗି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଯଦିଓ ରାଜ୍ୟରେ ଭୟର ବାତାବରଣ ନାହିଁ ତେବେ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ଏହା କରାଯାଇଛି।

- Advertisement -

ଏପର୍ଯ୍ୟନ୍ତ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି । କରୋନା ସଂକ୍ରମଣ ରୋକିବାକୁ ପୂର୍ବରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ  ସପିଂ ମଲ୍‌, ଜିମ, ପାର୍କ ଆଦି ବନ୍ଦ କରାଯିବା ସହ ଜନଗହଳି ସ୍ଥାନରେ ୧୪୪ ଧାରା ଜାରି କରାଯାଇଥିଲା । ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ଆସନ୍ତା ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆବଶ୍ୟକ ପଡିଲେ ଏହି ଅବଧିକୁ ଆହୁରି ଅଧିକ ବଢାଯିବ ବୋଲି କୁହାଯାଇଛି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories