ଭୁବନେଶ୍ଵରରୁ ଆଜି ୩୧୯ ଆକ୍ରାନ୍ତ, ୩୫୩ ସୁସ୍ଥ
ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୫୩ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ୨୫୭ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୫୩୮ରେ ପହଞ୍ଚିଛି। ଏଥିମଧ୍ୟରୁ ୩ ହଜାର ୫୭୪ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧୬ ହଜାର ୮୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୪ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 26th Sep 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/zecjHhK6In— BMC (@bmcbbsr) September 26, 2020
Comments are closed.