ଭୁବନେଶ୍ଵରରୁ ଆଜି ୩୦୧ ଆକ୍ରାନ୍ତ, ୩୯୨ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୦୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୯୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ୨୧୮ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫୪୪ରେ ପହଞ୍ଚିଛି। ଏଥିମଧ୍ୟରୁ ୩୭୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୭୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

prayash

Comments are closed.