୨୩ ଲକ୍ଷ ଟପିଲା କରୋନା, ପୁଣି ୬୦ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ
![](https://samajalive.in/wp-content/uploads/2020/07/Corona-Virus-15-650x430.jpg)
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୨୩ ଲକ୍ଷ ଅତିକ୍ରମ କରିଛି। ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪୬ ହଜାର ପାର୍ କରିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୦ ହଜାର ୯୬୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୨୯ ହଜାର ୬୩୮ରେ ପହଞ୍ଚିଛି। ଅନ୍ୟପଟେ ଦିନକରେ ୮୩୪ ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୪୬ ହଜାର ୯୧ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶରେ ଏବେ ୬ ଲକ୍ଷ ୪୩ ହଜାର ୯୪୮ ସକ୍ରିୟ ରୋଗୀ ଥିବାବେଳେ ୧୬ ଲକ୍ଷ ୩୯ ହଜାର ୫୯୯ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବ୍ସାଇଟ୍ରେ ଦର୍ଶାଯାଇଛି।
Comments are closed.