କରୋନା ନେଲା ଆଉ ଏକ ଯୁବ ସାମ୍ବାଦିକଙ୍କ ଜୀବନ
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତରେ ପୁଣି ଏକ ସାମ୍ବିଦକଙ୍କ ମୃତ୍ୟୁ ଘଟିଛି । ନ୍ୟୁଜ୍ ୧୮ ଓଡ଼ିଆର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରଲୋକ ହୋଇଛି। କରୋନା ଆକ୍ରାନ୍ତ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ ପ୍ରବୀର। ତେବେ ଚିକିତ୍ସା ପରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଘଟି ନ ଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି।
ସୂଚନା ଅନୁଯାୟୀ, କିଛି ଦିନ ତଳେ ପ୍ରବୀରଙ୍କ ବାପା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିଲେ । ଏବେ ପୁଅକୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।
Comments are closed.