www.samajalive.in
Saturday, December 6, 2025
23.1 C
Bhubaneswar

ଭାରତରେ ୧୨ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୩୩୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୨ ହଜାର ଅତିକ୍ରମ କରିଛି। ଗତ ମଙ୍ଗଳବାର ଗୋଟିଏ ଦିନରେ ୨୦୦୩ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଚିନ୍ତା ବଢ଼ିଯାଇଥିଲା। କିନ୍ତୁ ବୁଧବାର ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୩୭ ଜଣ ରୋଗୀ ପ୍ରାଣ ହରାଇଛନ୍ତି। ଫଳରେ ଏବେ ମୃତ୍ୟୁ ସଂଖ୍ୟା ୧୨ ହଜାର ୨୩୭ରେ ପହଞ୍ଚିଛି। ସେହିପରି ଗତ କାଲି ଚିହ୍ନଟ ହୋଇଥିବା ୧୨ ହଜାର ୮୮୧ ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୬ ହଜାର ୯୪୬କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୬୦ହଜାର ୩୮୪ ରୋଗୀ ସକ୍ରିୟ ଥିବାବେଳେ ୧ ଲକ୍ଷ ୯୪ ହଜାର ୩୨୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ରାଜ୍ୟଗୁଡ଼ିକ ତୁଳନାରେ ମହାରାଷ୍ଟ୍ରରେ ସର୍ବାଧିକ ୧ ଲକ୍ଷ ୧୬ ହଜାର ୭୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫ ହଜାର ୬୫୧ ଜଣ ପ୍ରାଣ ହରାଇଛନ୍ତି। ଏହା ବ୍ୟତୀତ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୧୦୨ ଏବଂ ମୃତକଙ୍କ ସଂଖ୍ୟା ୧୯୦୪କୁ ବୃଦ୍ଧି ପାଇଛି। ତାମିଲନାଡୁରେ କରୋନା ୫୦ ହଜାର ଡେଇଁଛି। ଏଠାରେ ଗୁରୁବାର ସୁଦ୍ଧା ମୋଟ ୫୦ ହଜାର ୧୯୩ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫୭୬ ରୋଗୀଙ୍କ ମୃତ୍ୟୁ ଘଟିଛି। ସେହିପରି ଗୁଜରାଟ​‌ରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୧୪୮ ରହିଥିବାବେଳେ ୧୫୬୧ ଜଣଙ୍କ ଜୀବନହାନି ହୋଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories