www.samajalive.in
Saturday, December 6, 2025
26.1 C
Bhubaneswar

ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲେନିଆଙ୍କୁ କରୋନା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କର ପତ୍ନୀ ମେଲାନିଆ କରୋନା ଆକ୍ରାନ୍ତ ହୋଇଛନ୍ତି।  ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତା ହୋପ୍ ହିକ୍ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଟ୍ରମ୍ପ ଓ ତାଙ୍କ ପତ୍ନୀ କରୋନା ଟେଷ୍ଟ କରିଥିଲେ। ଉଭୟଙ୍କ କରୋନା ରିପୋର୍ଟ ଆଜି ପିଜିଟିଭ ଆସିଛି। ହିକ୍ସଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ଟ୍ରମ୍ପ ଓ ତାଙ୍କ ପତ୍ନୀ ନିଜକୁ ସଙ୍ଗରୋଧରେ ରଖିଥେଲେ। ଆମେ ଆମର କ୍ବାରଣ୍ଟାଇନ୍ ଓ ସୁସ୍ଥ ହେବା ପ୍ରକ୍ରିୟା ଆରମ୍ଭ କରି ଦେଇଛୁ। ଆମେ ଏହାକୁ ଏକାଠି ଜିତିବୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟ୍ବିଟ କରି ଜଣାଇଛନ୍ତି।

- Advertisement -

ସୂଚନା ଅନୁଯାୟୀ, ବର୍ତ୍ତମାନ ଆମେରିକାରେ ନିର୍ବାଚନ ପାଖେଇ ଆସୁଥିବା ବେଳେ ଟ୍ରମ୍ପଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପ୍ରଚାର କାମରେ ଏହା ଟ୍ରମ୍ପଙ୍କ ପାଇଁ ବଡ଼ ବାଧକ ସାଜିବ ବୋଲି ଜଣାଯାଇଛି। ବର୍ତ୍ତମାନ ଆମେରିକାରେ ନିର୍ବାଚନ ଋତୁ। ନିକଟରେ ପ୍ରେସିଡେଣ୍ଟ ଡିବେଟ ପାଇଁ ହୋପ୍ ହିକ୍ ଟ୍ରମ୍ପଙ୍କ ସହିତ କ୍ଲିଓଲାଣ୍ଡ ଗସ୍ତ କରିଥିଲେ। ଏହାପରେ ତାଙ୍କ ଶରୀରରେ କରୋନା ଲକ୍ଷଣ ଦେଖା ଦେଇଥିଲା ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories