www.samajalive.in
Friday, December 5, 2025
26.1 C
Bhubaneswar

ଝାରସୁଗୁଡ଼ାରେ ହେବ କୋବିଦ-୧୯ ଡ଼ାକ୍ତରଖାନା

ଝାରସୁଗୁଡ଼ା: ଝାରସୁଗୁଡ଼ା ସହରର ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ଥାପନ ହେବ କୋବିଦ -୧୯ ଡ଼ାକ୍ତରଖାନା । ଏଠାରେ ୧୧୦ ଶଯ୍ୟା ରହିବ । ଜିଲ୍ଲା ଖଣିଜ ପାଣ୍ଠି ଓ ବେଦାନ୍ତ ଏଥି ନିମନ୍ତେ ସହଯୋଗ କରିବେ । ଏଥିନିମନ୍ତେ ଜିଲା ପ୍ରଶାସନ ଓ ହାଇଟେକ୍ ହସପିଟାଲ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି । ଏଠାରେ ୧୦ଟି ଆଇସିୟୁ ସହ ଅନ୍ୟାନ୍ୟ ଆନୁଷଙ୍ଗିକ ଯନ୍ତ୍ରପାତି ରଖାଯିବ । ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସରୋଜ ସାମଲ ଓ ହାଇଟେକ ଗ୍ରୁପର ସିଇଓ ଜ୍ୟୋତିର୍ମୟ ପଣ୍ଡା ଓ ଜିଲା ଖଣିଜ ପାଣ୍ଠି ମୁଖ୍ୟ ନିର୍ବାହୀ ଏହି ବୁଝାମଣାପତ୍ରରେ ସ୍ବାକ୍ଷର କରିଛନ୍ତି ।  ଆସନ୍ତା ସପ୍ତାହରେ ଏହି ଡ଼ାକ୍ତରଖାନା କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଚଳିତ ମାସ ଶେଷ ସୁଦ୍ଧା ସବୁ ଜିଲାରେ କୋବିଦ-୧୯ ଡ଼ାକ୍ତରଖାନା ସ୍ଥାପନ ପାଇଁ ନିର୍ଦେଶ ଦେବା ପରିପ୍ରେକ୍ଷୀରେ ଏହି ଡ଼ାକ୍ତରଖାନା ସ୍ଥାପନ କରାଯିବ ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories