www.samajalive.in
Sunday, December 7, 2025
18.1 C
Bhubaneswar

କରୋନା ସ୍ଥିତି: ଆରୋଗ୍ୟ ହାର ୮୯.୭୮%, ୭୮ଲକ୍ଷ ଟପିଲା ସଂକ୍ରମଣ

ଦେଶରେ ଏପର୍ଯ୍ୟନ୍ତ ୭୦ଲକ୍ଷରୁ ଊର୍ଦ୍ଧ୍ବ ଲୋକ କରୋନା ସଂକ୍ରମଣରୁ ଆରୋଗ୍ୟ ଲାଭ କରିସାରିଲେଣି। ଗତ ୨୪ ଘଣ୍ଟା ଭିତରେ ୬୭ ହଜାରରୁ ଅଧିକ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ମୋଟ୍‍ ଆରୋଗ୍ୟ ଲୋକମାନଙ୍କ ମଧ୍ୟରୁ ୮୧ ପ୍ରତିଶତ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ରହିଛନ୍ତି। ସେଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ର, କର୍ଣ୍ଣାଟକ, କେରଳ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ଼, ଉତ୍ତରପ୍ରଦେଶ, ରାଜସ୍ଥାନ ଓ ଦିଲ୍ଲୀ ରହିଛି। ସେହିସବୁ ରାଜ୍ୟଗୁଡ଼ିକରେ ମଧ୍ୟ ମୋଟ୍‍ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ମଧ୍ୟରୁ ଶତକଡ଼ା ୪୮ ପ୍ରତିଶତ ରୋଗୀ ରହିଛନ୍ତି।

ଦେଶରେ କୋଭିଡ ଆରୋଗ୍ୟ ହାର ୮୯.୭୮ ପ୍ରତିଶତକୁ ବୃଦ୍ଧି ପାଇଛି। ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ହାର ମୋଟ୍‍ ସଂକ୍ରମଣର ୮.୭୧ ପ୍ରତିଶତ ରହିଛି। ବର୍ତ୍ତମାନ ଦେଶରେ ୬ ଲକ୍ଷ ୮୦ ହଜାରରୁ ଅଧିକ ଲୋକ ଚିକିତ୍ସିତ ହେଉଛନ୍ତି। ଗତ ୨୪ ଘଣ୍ଟା ଭିତରେ ୫୩ ହଜାର ୩୭୦ ଜଣ ନୂଆ ଲୋକ ସଂକ୍ରମିତ ହେବା ସହ ମୋଟ୍‍ ସଂକ୍ରମଣ ୭୮ଲକ୍ଷ ଅତିକ୍ରମ କରିଛି। ମନ୍ତ୍ରଣାଳୟ କହିଛି, ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ମୃତ୍ୟୁହାର ମଧ୍ୟ ବିଶ୍ୱରେ ସବୁଠୁ କମ ରହିଛି। କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣିତ ନିୟମର କଡ଼ାକଡ଼ି ପାଳନ ଯୋଗୁଁ ଆରୋଗ୍ୟ ହାର ବୃଦ୍ଧି ପାଇବା ସହ ମୃତ୍ୟୁହାର ହ୍ରାସ ପାଉଛି। ଦେଶରେ କୋଭିଡ ମୃତ୍ୟୁହାର ୧.୫୧ ପ୍ରତିଶତ ରହିଛି, ଯାହା ବିଶ୍ୱର ଅନ୍ୟ ଦେଶଗୁଡ଼ିକ ତୁଳନାରେ ବହୁତ କମ୍‍।

- Advertisement -

ଗତ ୨୪ ଘଣ୍ଟା ଭିତରେ ୬୫୦ ଜଣ ମୃତ୍ୟୁବରଣ କରିବାରୁ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୭ ହଜାର ୯୫୬ରେ ପହଞ୍ଚିଛି। ଭାରତୀୟ ଡାକ୍ତରୀ ଗବେଷଣା ପରିଷଦର କହିବା ଅନୁସାରେ, ଗତ ୨୪ ଘଣ୍ଟା ଭିତରେ ୧୨ ଳକ୍ଷ ୬୯ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ଦେଶରେ ଏପର୍ଯ୍ୟନ୍ତ ମୋଟ୍‍ ୧୦କୋଟି ୧୩ ଲକ୍ଷ ନମୁନା ପରୀକ୍ଷା କରାଯାଇ ସାରିଲାଣି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories