ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା ଦେଶରେ ୧୮ ହଜାର ୬୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍ରେ ଦର୍ଶାଯାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୩୨୫୧ ଜଣ ସୁସ୍ଥ ହୋଇଥିବାବେଳେ ୫୯୦ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ୧୪ ହଜାର ୭୫୯ ଜଣ ଚିକିତ୍ସାଧୀନ ରହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୩୩୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟା ସୁଦ୍ଧା ରାଜସ୍ଥାନରେ ୫୨, ମହାରାଷ୍ଟ୍ରର ନାଗପୁରରେ ୭ ଏବଂ ପଞ୍ଜାବର ପଟିୟାଲାରେ ୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପିର ଓଡ଼ିଶାରେ ମଙ୍ଗଳବାର ସକାଳେ ୫ ନୂଆ ଆକ୍ରାନ୍ତ ଠାବ ହୋଇଛନ୍ତି।
Popular Categories




