www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ କରୋନା : ସର୍ବାଗ୍ରେ ଯାଜପୁର

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ଯାଜପୁର ଜିଲା ଏ କ୍ଷେତ୍ରରେ ସର୍ବାଗ୍ରେ ରହିଛି। ପୂର୍ବରୁ ୪୭ ଜଣ ସଂକ୍ରମିତ ଥାଇ ଖୋର୍ଦ୍ଧା ଜିଲା ଏକ ନମ୍ବରରେ ରହିଥିବା ବେଳେ ଯାଜପୁର ଏହାକୁ ଟପି ଯାଇଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାରେ ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ପଶ୍ଚିମବଙ୍ଗରୁ ଫେରିଥିବା ଲୋକଙ୍କ ଯୋଗୁଁ ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲାରେ ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଭଦ୍ରକ ଓ ବାଲେଶ୍ବରରେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାବେଳେ ଯାଜପୁର ଜିଲାରେ ଏହି ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ରାଜ୍ୟର ଏହି ତିନି ଜିଲାକୁ ରେଡ୍ ଜୋନରେ ରଖାଯାଇଛି। ବହୁ ସଂଖ୍ୟାରେ ପଶ୍ଚିମବଙ୍ଗ ଫେରନ୍ତା ଓଡିଶା ଆସିଥିବାରୁ ଅଧିକ କରୋନା ସଂକ୍ରମିତ ହେବାର ଆଶଙ୍କାଙ୍କୁ ଏଡାଇ ଦିଆଯାଇନପାରେ। ଜିଲା ପ୍ରଶାସନ ପକ୍ଷରୁ କରୋନା ସଂକ୍ରମିତଙ୍କ ସମ୍ପର୍କରେ ଆସିଥିବା ଲୋକଙ୍କୁ ଠାବ କରି ସଂଗରୋଦ୍ଧରେ ରଖିବାକୁ ବ୍ୟବସ୍ଥା କରାଯାଉଥିବା କୁହାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories