www.samajalive.in
Sunday, December 14, 2025
19.1 C
Bhubaneswar

କରୋନାକୁ ମିଳିମିଶି ଲଢ଼ିବା, ସବୁ ସପ୍ତାହରେ ନୂଆ କଥାଟିଏ ଶିଖିବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ସୂଚନା ଦେଇଛନ୍ତି। ଶ୍ରୀ ବାଗ୍‌ଚୀ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ ଡାଉନ୍‌ ସମୟରେ ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ କେତେକ ସନ୍ଦେଶ ଦେଇଛନ୍ତି। କରୋନାକୁ ମିଳିମିଶି ଲଢ଼ିବା, ସାବଧାନ ରହିବା, ହାତଧୋଇବା, ମନ ଖୁସି ରଖିବା ଓ ମା’ବାପାଙ୍କୁ ସାହାଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସବୁ ସପ୍ତାହରେ ନୂଆ କଥାଟିଏ ଶିଖିବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ଦେଇଛନ୍ତି।

ଆଜି ‘ବିଶ୍ୱ ପୁସ୍ତକ ଦିବସ’। ଏହି ଅବସରରେ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବାର୍ତ୍ତାରେ କୋଭିଡ-୧୯ ସମୟରେ ନିଃସଙ୍ଗତାର ଅବବୋଧ ଦୂର କରିବା ପାଇଁ ପୁସ୍ତକ ଅଧ୍ୟୟନର ପରିବର୍ତ୍ତନଶୀଳ ଶକ୍ତିକୁ ହୃଦୟଙ୍ଗମ କରିବାକୁ ଆହ୍ୱାନ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ପୁସ୍ତକ ଆମର ଜ୍ଞାନକୁ ପ୍ରଶସ୍ତ କରେ, ମନକୁ କ୍ରିୟାଶୀଳ କରେ, ଆମର କଳ୍ପନା ଶକ୍ତିକୁ ଊର୍ଦ୍ଧ୍ୱମୁଖୀ କରେ, ବିଭିନ୍ନ ସଂସ୍କୃତି ଓ ମଣିଷକୁ ବୁଝିବା ପାଇଁ ସାହାଯ୍ୟ କରେ। କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ସଂଜୟ କୁମାର ସିଂ ଏବଂ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ଡ.ପଦ୍ମଜା ମିଶ୍ର ଉପସ୍ଥିତ ଥିଲେ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories