ଭୁବନେଶ୍ବର : ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୭ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୫ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ, ୧ଟି ହୋମ୍ କ୍ୱାରେଣ୍ଟାଇନ୍ ଉଲ୍ଲଂଘନ ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୨୪ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧,୪୩,୫୭୦ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୭୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୯୭୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୭ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭୩୭ ରହିଛି । ୧୦୮୮ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ଅଛନ୍ତି।
କୋଭିଡ୍-୧୯ ମାର୍ଗଦର୍ଶିକା ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୭ ମାମଲା, ୨୪ ଗିରଫ
Popular Categories



