www.samajalive.in
Saturday, December 6, 2025
16.1 C
Bhubaneswar

କରୋନା ମୁକାବିଲା ପାଇଁ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇ ଚାଲିଥିବାରୁ ଏହାକୁ ପ୍ରତିହତ କରିବା ପାଇଁ ଏକ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

 

- Advertisement -

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କରୋନା ମୁକାବିଲା ପାଇଁ ଓଡ଼ିଶା ସହିତ ୪ଟି ରାଜ୍ୟକୁ କେନ୍ଦ୍ରୀୟ ଟିମ୍‌ ପଠାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟିମ୍‌ରେ ଜଣେ ସଂକ୍ରାମକ ରୋଗ ବିଶେଷଜ୍ଞ ଓ ଜଣେ ସ୍ବାସ୍ଥ୍ୟ ବିଶେଷଜ୍ଞ ରହିବେ ବୋଲି କୁହାଯାଇଛି। ଓଡ଼ିଶା, ଉତ୍ତର ପ୍ରଦେଶ, ଝାଡ଼ଖଣ୍ଡ ଓ ଛତିଶଗଡ଼ ଆଦି ରାଜ୍ୟରେ ହଠାତ୍‌ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏସବୁ ରାଜ୍ୟଗୁଡ଼ିକରେ କରୋନା ଆକ୍ରାନ୍ତ ସହ ମୃତ୍ୟୁହାର ବଢ଼ିଥିବାରୁ ଟିମ୍‌ ପଠାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ଗସ୍ତରେ ଆସିବାକୁ ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଟିମ୍‌ କୋଭିଡ୍‌ ପରିଚାଳନା ସାଙ୍ଗକୁ କଣ୍ଟେନ୍‌ମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ ରାଜ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରିବେ ବୋଲି ସୂଚନା ମିଳିଛି।

Hot this week

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

Related Articles

Popular Categories