www.samajalive.in
Saturday, December 6, 2025
14.1 C
Bhubaneswar

ଭୁବନେଶ୍ବରରେ ୧୦ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା, ଆଜି ସୁସ୍ଥ ହେଲେ ୧୮

ଭୁବନେଶ୍ବର: ବର୍ତ୍ତମାନ ରାଜଧାନୀ ଭୁବନେଶ୍ବରରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଏହି ପରୀପ୍ରେକ୍ଷିରେ ଆଜି ଭୁବନେଶ୍ବରେ ୧୦ ତଳକୁ କରୋନା ଆକ୍ରାନ୍ତ ସଂଖ୍ୟା ଖସିଥିବା ଜଣାପଡ଼ିଛି। ଅପରପକ୍ଷର ଆଜି ଭୁବନେଶ୍ବରରେ ୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି।

 

- Advertisement -

ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି ଯେ ଆଜି ଭୁବନେଶ୍ବର ଅଞ୍ଚଳରେ ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୨ ରହିଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୬ ରହିଛି। କ୍ବାରେଣ୍ଟାଇନ୍‌ କେସ୍‌ ମଧ୍ୟରୁ ୟୁନିଟ୍‌-୧ ଏବଂ ସହିଦନଗରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରୁ ଭୀମଟାଙ୍ଗି, ଖଣ୍ଡଗିରି, ଲକ୍ଷ୍ମୀସାଗର, ନୀଳାଦ୍ରିବିହାର, ପଲ୍ଲାସପଲ୍ଲୀ ଓ ଶୈଳଶ୍ରୀବିହାରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଭୁବନେଶ୍ବରରେ ୩୧୬୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୧୧୯୩ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୮ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୪୨ଜଣଙ୍କ ମୃତ୍ୟୁ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories