www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଭୁବନେଶ୍ବରରେ ପୁଣି ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୯୯

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଏହାକୁ ପ୍ରତିହତ କରିବା ପାଇଁ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଉଦ୍ୟମ ଜାରି ରହିଛି। ଆଜି ରାଜ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କେବଳ ଭୁବନେଶ୍ବରୁ ଆଜି ୭୪୫ ଜଣ ଲୋକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।


ଆଜି ଭୁବନେଶ୍ବରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୪୭ ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସରୁ ୫୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୪ହଜାର ୨୦୨ଜଣ ସୁସ୍ଥ ହୋଇଥିବାବେଳେ ୪ହଜାର ୭୬୩ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୧ଜଣଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories