www.samajalive.in
Wednesday, December 10, 2025
26.1 C
Bhubaneswar

ଆଜି ଭୁବନେଶ୍ବରରେ ୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହୋଇଛନ୍ତି ୪୫

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୨୭ଜଣ କରୋନା ଆକାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍ ୯ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୮ ରହିଛି। କ୍ବାରେଣ୍ଟାଇନ୍‌ କେସ୍‌ ମଧ୍ୟରୁ ରସୁଲଗଡ଼ ଓ ପଟିଆରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଝାରପଡ଼ା, ଲକ୍ଷ୍ମୀସାଗର, ନୟାପଲ୍ଲୀ, ପୁରୁଣା ଭୁବନେଶ୍ବର ଓ ସୂର୍ଯ୍ୟନଗରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରୁ ବରମୁଣ୍ଡା ୫, ପୁରୁଣା ଭୁବନେଶ୍ବର ୪, ନାଗେଶ୍ବର ଟାଙ୍ଗି ୨, ମଞ୍ଚେଶ୍ବର ୨ ସମେତ ଚନ୍ଦ୍ରଶେଖରପୁର, ନୀଳାଦ୍ରିବିହାର, ପଟିଆ, ୟୁନିଟ୍-୪, ୟୁନିଟ୍-୭ ଆଦି ଅଞ୍ଚଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଭୁବନେଶ୍ବରରେ ୪୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଯାଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୦୯୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୦୪୦୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୧ଜଣ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୨୨୫ରହିଛି ବୋଲି ଭୁବନେଶ୍ବର ମହାନଗର ନଗର ନିଗମ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories