www.samajalive.in
Thursday, December 11, 2025
16.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୩ ମାମଲା, ୨୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୩ଟି ମାମଲା ଦାଏର କରାଯାଇଥିବାବେଳେ ୨୧ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୬୮୮ ଟି ଗାଡ଼ି ଜବତ ହୋଇଥିବାବେଳେ ୨୧,୮୯,୦୦୦ ଟଙ୍କା ଜରିମାନା ଆଦାୟ ହୋଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

- Advertisement -

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୪,୩୭,୩୬୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇ। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୪,୩୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୧୯,୪୫୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮୧୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୦୬୩ ରହିଛି। ୩,୦୬୩ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories