www.samajalive.in
Monday, December 8, 2025
20.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୪୩ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୧୪୨୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୩୩୧୪୨୭କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।
ସ୍ବସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୧୪୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୨୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧା ୧୯, ପୁରୀ ୧୬,ସମ୍ବଲପୁର ୧୨, ବରଗଡ଼ ୧୦, ଅନୁଗୁଳ ୯, କଟକ ୭, ଯାଜପୁର ୭, ବାଲେଶ୍ବର ୬, ନୂଆପଡ଼ା ୫, କେନ୍ଦ୍ରାପଡ଼ା ୪, କେନ୍ଦୁଝର ୩,ବାଲାଙ୍ଗୀର ୨, ବୌଦ୍ଧ ୨, ଗଞ୍ଜାମ ୨, ଝାରସୁଗୁଡ଼ା ୨ ସମେତ ଭଦ୍ରକ, ଦେବଗଡ଼ ଓ ଜଗତସିଂହପୁର ପକ୍ଷରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ ଆଜି ସୁଦ୍ଧା ମୋଟ ଆରୋଗ୍ୟ ସଂଖ୍ୟା ୩୩୧୪୨୭କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories