କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୮,୯୬,୭୫୦ ଟଙ୍କା ଜରିମାନା ଆଦାୟ, ୨୮ ଗିରଫ
ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୪ଟି ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜ୍ୟରେ ୨୮ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୫୬୦ ଟି ଗାଡ଼ି ଜବତ ହୋଇଛି ଏବଂ ୧୮,୯୬,୭୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୪,୭୧,୧୮୦ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୨,୫୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୩,୦୨,୭୯୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୬୦୮ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୮,୦୮୮ ରହିଛି। ୮,୦୮୮ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.