www.samajalive.in
Monday, December 8, 2025
14.1 C
Bhubaneswar

ଯାଜପୁରରୁ ଆଉ ୩ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୧୨୮ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଜି ଆଉ ୩ ଟି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ଓଡ଼ିଶାରେ ୧୨୮ ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୩ ଜଣ ଆକ୍ରାନ୍ତ ଯାଜପୁର ଜିଲାର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୱେବ୍ ସାଇଟ୍ ରେ ସୂଚନା ଦିଆଯାଇଛି ।  ଏହି ୩  ଜଣଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳା ରହିଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ କୋଲକାତା ଫେରନ୍ତା ହୋଇଥିବା ବେଳେ ଅନ୍ୟ ୨ ଜଣ ନିଜର କୋଲକାତା ଫେରନ୍ତା ପରିବାର ସଦସ୍ୟଙ୍କ ସଂସ୍ପର୍ଶରେ ଆସି ସଂକ୍ରମଣର ଶିକାର ହୋଇଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଏହି ୩ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର କଟିକଟା କଣ୍ଟେନମେଣ୍ଟ ଅଞ୍ଚଳରୁ ଜଣେ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି । ମହିଳା ଜଣଙ୍କ ବୟସ ୧୮ ବର୍ଷ ହୋଇଥିବା ବେଳେ ପୁରୁଷ ଜଣଙ୍କ ବୟସ ୫୬ ବର୍ଷ ହୋଇଥିବା ଜଣାପଡିଛି। ଏହି ଦୁଇ ଆକ୍ରାନ୍ତ ପୂର୍ବରୁ କୋଲକାତାରୁ ଫେରିଥିବା ପରିବାର ସଦସ୍ୟଙ୍କ ସଂସ୍ପର୍ଶରେ ଆସି ସଂକ୍ରମଣର ଶିକାର ହୋାଇଥିବା ସୂଚନା ମିଳିଛି ।

- Advertisement -

ସେହିପରି ଅନ୍ୟଜଣେ ପୁରୁଷ ଦଶରଥପୁର ବ୍ଲକର ଡାହାଣହତା ପଞ୍ଚାୟତ ଦେଓପଦାର ୬୫ ବର୍ଷିୟ ବ୍ୟକ୍ତି ହୋଇଥିବା ବେଳେ ସେ ନିକଟରେ କୋଲକାତାରୁ ଫେରିଥିଲେ। ତାଙ୍କୁ କ୍ବାରେଣ୍ଟାଇନରେ ରଖା ଯାଇଥିଲା ଏବଂ ସଂକ୍ରମଣର କୌଣସି ଲକ୍ଷଣ ତାଙ୍କଠାରେ ପ୍ରକାଶ ପାଇ ନ ଥିଲା । ଗତକାଲି ରକ୍ତ ନମୁନା ପରିକ୍ଷା ପାଇଁ ପଠାଯିବାପରେ କରୋନା ସଂକ୍ରମିତ ଥିବା ଜଣାପଡିଥିଲା । ତେବେ ଯାଜପୁର ଜିଲ୍ଲାରେ ପୂର୍ବରୁ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଏହି ସଂଖ୍ୟା ୨୨ ହୋଇଛି । ତେବେ ଏହି ୩ ନୂଆ ଆକ୍ରାନ୍ତଙ୍କ ସଂସ୍ପର୍ଶରେ କିଏ କିଏ ଆସିଥିଲେ ତାହା ଖୋଜା ଖୋଜି ଚାଲିଛି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୮ ରହିଛି ।  ରାଜ୍ୟରେ ୩୯ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ମୃତ୍ୟୁ ବରଣ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୧,୬୯୬ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥିମଧ୍ୟରୁ ୧୨୮ଟି ପଜିଟିଭ୍ ଚିହ୍ନଟ ହୋଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories