www.samajalive.in
Sunday, December 7, 2025
23.1 C
Bhubaneswar

୧୪ ଦିନ କ୍ୱାରେଣ୍ଟାଇନ ପରେ ମଧ୍ୟ ନମୁନା ପଜିଟିଭ

ଭବାନୀପାଟଣା : କରୋନା ମହାମାରୀ ସଂକ୍ରମଣ ରୋକିବା ପାଇଁ ରାଜ୍ୟକୁ ଫେରୁଥିବା ପ୍ରବାସୀମାନଙ୍କୁ କ୍ୱାରେଣ୍ଟାଇନରେ ରଖାଯାଉଛି। ପୁଣି ଘରେ ହୋମ କ୍ୱାରେଣ୍ଟାଇନରେ ରଖାଯାଉଛି। ତେବେ ଏହା ପରେ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହେବା ସମସ୍ତଙ୍କୁ ବିସ୍ମିତ କରିଛି। ଆଉ ଏହି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକରେ। ବ୍ଲକର ବାଗପୁର ପଞ୍ଚାୟତର ପିପିଲ ପଦର ଗାଁର ଜଣେ ଯୁବକ ତେଲେଙ୍ଗାନାରୁ ଫେରି ଧର୍ମଗଡ଼ ସରକାରୀ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସାତ ଦିନିଆ କ୍ୱାରେଣ୍ଟାଇନରେ ରହିବା ପରେ ନିଜ ଗାଁ ପିପିଲ ପଦରକୁ ଆସି ପୁଣି ସାତ ଦିନିଆ ହୋମ କ୍ୱାରେଣ୍ଟାଇନରେ ରହିଥିଲେ। ତେବେ ଏବେ ତାଙ୍କ ରିପୋର୍ଟ ପଜିଟିଭ୍ ବାହାରିଛି।  ପରେ ତାଙ୍କୁ ଜିଲ୍ଲା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଘଟଣା ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଅସ୍ଥାୟୀ କ୍ୱାରେଣ୍ଟାଇନ କେନ୍ଦ୍ରରେ କାହିଁକି ନମୁନା ପରୀକ୍ଷା କରାଯାଉନାହିଁ ବୋଲି ଲୋକେ ପ୍ରଶ୍ନ ଉଠାଇଛନ୍ତି।

ସେହିଭଳି ନିକଟରେ ଥିବା ନର୍ଲା ଟାଉନକୁ ସୁରକ୍ଷା ଦୃଷ୍ଟିରୁ ନର୍ଲା ସରପଞ୍ଚ ଦୋକାନ ବଜାର ବନ୍ଦ ଘୋଷଣା କରିଥିଲେ। ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରହୁଥିବା ପ୍ରବାସୀ ମାନଙ୍କୁ ସାତ ଦିନ ରଖି ନିଜ ଘରକୁ ପଠାଇ ଦିଆଯାଇ ଥିବାରୁ ଗୋଷ୍ଠୀ ସଂକ୍ରମଣ ହେବା ଆଶଙ୍କା କରି ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ପ୍ରକାଶ କରିଛନ୍ତି ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories