ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ହଜାର ୭୩୨ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧,୨୦,୫୩୯କୁ ବୃଦ୍ଧି ପାଇଛି। ସେହିପରି ଗୋଟିଏ ଦିନରେ ଆଉ ୮୧୬ ଜଣଙ୍କର ମୃତ୍ୟୁ ପରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୦୯,୧୫୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଦେଶରେ ମୋଟ ୮,୬୧,୮୫୩ ସକ୍ରିୟ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ରବିବାର ସୁଦ୍ଧା ଦେଶରେ ଆରୋଗ୍ୟ ହାର ୮୬.୧୭%କୁ ବୃଦ୍ଧି ପାଇଛି। ଦୈନିକ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସର୍ବାଧିକ ଆରୋଗ୍ୟ କ୍ଷେତ୍ରରେ ବିଶ୍ୱସ୍ତରରେ ଭାରତ ତାର ପ୍ରଥମ ସ୍ଥାନ ବଜାୟ ରଖିପାରିଛି।



