ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ଅତିକ୍ରମ କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୦,୧୨୩ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୨୦,୩୫୯କୁ ବୃଦ୍ଧି ପାଇଛି।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୦ ଆକ୍ରାନ୍ତଙ୍କ ମୃତ୍ୟୁ ସହିତ ଦେଶରେ କାରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨,୦୬୬ରେ ପହଞ୍ଛିଛି। ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୫,୯୩୩ ଥିବାବେଳେ, ୩୯,୪୨,୩୬୦ଜଣ ଆରୋଗ୍ୟ ଲାଭ କରିଛନ୍ତି।



