ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୦ ହଜାର ୬୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ଲକ୍ଷ ୪୫ ହଜାର ୨୨୭କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ଥିବା ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୫ ହଜାର ୪୭୮ ଥିବା ବେଳ ୮୨ ଲକ୍ଷ ୪୯ ହଜାର ୫୭୯ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ୪୩୫ ଜଣଙ୍କର ମୃତ୍ୟୁ ସହ ଦେଶରେ କରୋନା ଜନନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୦ହଜାର ୭୦କୁ ବୃଦ୍ଧି ପାଇଛି।
ହ୍ରାସ ପାଉଛି ସଂକ୍ରମଣ : ମୃତ୍ୟୁ ସଂଖ୍ୟା ଲକ୍ଷେ ୩୦ହଜାର ଟପିଲା
Popular Categories



