www.samajalive.in
Saturday, December 6, 2025
17.1 C
Bhubaneswar

ଆଉ ୧୮ ହଜାର ୮୫୫ କୋରୋନାରେ ଆକ୍ରାନ୍ତ ଚିହ୍ନଟ : ସକ୍ରିୟ ଆକ୍ରାନ୍ତ ହାର ୧.୬୦ ପ୍ରତିଶତ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୮ ହଜାର ୮୫୫ କୋରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୨୦ ହଜାର ୦୪୮କୁ ବୃଦ୍ଧି ପାଇଛି । ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୧ ହଜାର ୬୮୬ ରହିଛି । ସକ୍ରିୟ ଆକ୍ରାନ୍ତ ହାର ୧.୬୦ ପ୍ରତିଶତକୁ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ହଜାର ୭୪୬ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୯୪ ହଜାର ୩୫୨କୁ ବୃଦ୍ଧି ପାଇଛି । ଦେଶରେ କରୋନା ଆରୋଗ୍ୟ ହାର ୯୬.୯୬ ପ୍ରତିଶତକୁ ବୃଦ୍ଧି ପାଇଛି ।
ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ୧୬୩ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୧୦ରେ ପହଞ୍ଚିଛି । ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୪୪ ପ୍ରତିଶତ ରହିଛି ।
କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories