www.samajalive.in
Sunday, December 7, 2025
16.1 C
Bhubaneswar

କରୋନା ଅପଡେଟ୍ : ରେଡ୍ ଜୋନ୍ ଯାଜପୁରରେ ୫୫ ପଜିଟିଭ୍‍

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଚିନ୍ତାଜନକ ଅବସ୍ଥାରେ ପହଞ୍ଚିଛି । ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଛି ।  ଫଳରେ ଏବେ ରାଜ୍ୟରେ ୧୧୭ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକତ୍ସିତ ହେଉଥିବା ବେଳେ ୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରୁ ଏହି ସୂଚନା ମିଳିଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟର୧୬ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଯାଜପୁର ଜିଲ୍ଲାରେ ସର୍ବାଧିକ ୫୫ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଯାଜପୁର ଏବେ କରୋନାର ହଟସ୍ପଟ ପାଲଟିବା ସହ ରେଡ ଜୋନରେ ସ୍ଥାନ ପାଇଛି ।

- Advertisement -

ଖୋର୍ଦ୍ଧା ଜିଲ୍ଲାରେ ୪୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରେ ୨୫ ଜଣ କରାନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମରେ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ କଟକ, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଢେଙ୍କାନାଳ, କୋରାପୁଟ, ପୁରୀ, ଓ ଦେବଗଡ଼ରେ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୭ ହଜାର ୪୫୪ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଯେଉଁଥିରୁ ୧୮୦ଟି ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories